ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ 

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ 

ପୁରୀ : ଆଜି ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । ବୈଠକରେ ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗ ସହିତ ଅନ୍ୟ ପ୍ରସଙ୍ଗ ଗୁଡିକରେ ଆଲୋଚନା ହେବ । ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି କେବେ ହେବ ସେନେଇ ମଧ୍ୟ ଆଲୋଚନା କରାଯିବ । ଏନେଇ ମାର୍ଗଦର୍ଶିକା ଆସିପାରେ । ପରିଚାଳନା କମିଟିର ଚୂଡାନ୍ତ ମାର୍ଗଦର୍ଶିକାକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଯିବ ।

   ନାଟମଣ୍ଡପରେ ଧାଡି ଦର୍ଶନ, ଗୁଣ୍ଡିଚା ମନ୍ଦିର ଖୋଲିବା ପ୍ରସଙ୍ଗ, ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତିକାନ୍ତି, ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ଏବଂ ପୁରୀବାସୀଙ୍କ ସୁବିଧା ଦର୍ଶନ ଉପରେ ହେବ ବୈଠକରେ ଆଲୋଚନା କରାଯିବ । ବୈଠକରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ,ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଏବଂ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଅଛନ୍ତି  ।