ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ ଦାବିପତ୍ର
ଯାଜପୁର ଟାଉନ : ସାମ୍ବାଦିକଙ୍କ ଉପରେ ବୃଦ୍ଧି ପାଉଥିବା ଆକ୍ରମଣ ଏବଂ ବଲାଙ୍ଗିରର କର୍ତବ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଉକ୍ରଳ ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେ୍ଦଶ୍ୟରେ ଅତିରିକ୍ତ ଜିଲାପାଳ ସାଧାରଣ ଯୁଧିଷ୍ଠିର ନାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତୁରନ୍ତ ମୁଖ୍ୟ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସାମ୍ବାଦିକଙ୍କ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ୱାନ କ୍ରମେ ଯାଜପୁର ଜିଲା ଶାଖା ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା । ରାଜ୍ୟ କାର୍ଯ୍ୟକାରୀ ସଭାପତି ହାରାଧନ ବାନାର୍ଜୀ, ଜିଲା ସଭାପତି ହରିହର ସ୍ୱାଇଁଙ୍କ ନେତୃତ୍ୱରେ ଜିଲା ଉପସଭାପତି ପବିତ୍ର ମହାନ୍ତି, ସମ୍ପାଦକ ସୁବାଶିଷ ରାଉତ, ଜାତୀୟ କାର୍ଯ୍ୟକାରୀ କମିଟିସଭ୍ୟ ପ୍ରଦୀପ ଚାନ୍ଦ, ସଞ୍ଜୟ କର, ବିଦ୍ୟାଧର ସାହୁ, ଭରତ ନାୟକ, ବା‚ାନିଧି ସାହୁ ସମେତ ଶତାଧିକ ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦେ୍ଦଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।