ସୁସ୍ଥ ହେବା ପରେ ଭୁବନେଶ୍ୱର ଫେରିଲେ ନବୀନ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଫେରିଛନ୍ତି । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଫେରିଲେ । ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ବାଗତ ପାଇଁ ବିଜେଡିର କର୍ମୀ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ। ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ । ସୂଚନାଯୋଗ୍ୟ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ସଫଳ ହୋଇଥିବା ବେଳେ ସେ ହସ୍ପିଟାଲରୁ ମଧ୍ୟ ଗତ ସପ୍ତାହରେ ଡିସ୍ଚାର୍ଜ ହୋଇଥିଲେ।