ସ୍କୁଲର ବାର୍ଷିକ ଉସବ
ବୈଶିଙ୍ଗା : କେନ୍ଦୁଆ ପଞ୍ଚାୟତ ଅଧିନ ହାତୀପତୁକା ସ୍ଥିତ ପଞ୍ଚପଲ୍ଲୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉସôବ ତଥା ପୁରସ୍କାର ବିତରଣୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ସ୍ଥାନୀୟ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ମୁଖ୍ୟବକ୍ତା ଭାବେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ସମ୍ମାନୀତ ଅତିଥି ଭାବେ ବିଧାୟକ ସନାତନ ବିଜୁଳି ଯୋଗଦେଇ ଉସôବକୁ ଉଦଘାଟନ କରିଥିଲେ । ବିଦ୍ୟାଳୟର ପରିଚାଳନା କମିଟି ସଭାପତି ବିବେକାନନ୍ଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉସôବରେ ସମିତି ସଭ୍ୟ ଶ୍ରୀଧର ପଣ୍ଡିତ ମଞ୍ଚ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଆ ସରପଞ୍ଚ ମନମୋହନ ମାଝୀ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ବ୍ରଜ ମୋହନ ବେହେରା, ବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ଲମ୍ବୋଦର ପଣ୍ଡା, ସାଂସଦଙ୍କ ସହଯୋଗୀ ଶ୍ରୀନିବାସ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୟନ୍ତ କୁମାର ପଣ୍ଡା ବିବରଣୀ ପାଠ କରିଥିଲେ । ମୁଖ୍ୟ ଅତିଥି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ବିଦ୍ୟାଳୟ ତରଫରୁ ବିଭିନ୍ ଫଳ ଓ ପୁଷ୍ପ ଚାରା ରୋପଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ସୁବ୍ରତ ରଞ୍ଜନ ଦୁର୍ଗା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।