ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ
ାା ପ୍ରଭାନୁ୍ୟଜ ।ା ଯାଜପୁର ଟାଉନ: ୭୮ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ୱ) ଶୁଭେନ୍ଦ୍ର କୁମାର ସାମଲ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ନବକ୍ରିଷ୍ଣ ଜେନା ଯୋଗ ଦେଇଥିଲେ । ଜିଲାପରିଷଦ ସଭାପତି ନଳିନୀପ୍ରଭା ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲାପରିଷଦ ଅଶୋକ କୁମାର ବେହୁରିଆ, ଯାଜପୁର ପୌର ପରିଷଦ ଅଧ୍ୟକ୍ଷା ରଞ୍ଜୁଲତା ହୋତା ଯୋଗଦେଇ ପଡ଼ିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ନିମନ୍ତେ ଏକ ସ୍ୱତନ୍ତ୍ର ପ୍ଲାଟଫର୍ମ ପ୍ରସ୍ତୁତ କରିବା ନିମନ୍ତେ ପ୍ରସ୍ତାବ ପ୍ରଦାନ କରିଥିଲେ । ବୈଠକର ନିଷ୍ପତ୍ତି ଅନୁଯାୟୀ ଜିଲା ସଦର ମହକୁମାସ୍ଥ କୁସୁମା ପୁଷ୍କରଣୀ ସମ୍ମୁଖ ପଡ଼ିଆରେ ଚଳିତ ବର୍ଷ ସ୍ୱାଧୀନତା ଦିବସ ମହାସମାରୋହରେ ପାଳନ କରାଯିବ । ସ୍ୱାଧୀନତା ଦିବସ ଦିନ ପ୍ରତୁ୍ୟଷରୁ ଜିଲା ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୁନ ପ୍ରଚାର କରାଯିବ । ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଓଡ଼ିଆ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ, ପ୍ରାଥମିକ ଠାରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ଚିତ୍ରାଙ୍କନ ଓ ମଧ୍ୟଇଂରାଜୀ, ଉଚ୍ଚବିଦ୍ୟାଳୟ ଏବଂ ମହାବିଦ୍ୟାଳୟସ୍ତରରେ ଇଂରାଜୀ ବକ୍ତୃତା ପ୍ରତିଯୋଗିତା, ପ୍ରାଥମିକ ଠାରୁ ମହାବିଦ୍ୟାଳୟ ସ୍ତରରେ ଏବଂ ସାଧାରଣ ମହିଳା ଓ ପୁରୁଷ ବିଭାଗରେ କୁଇଜ୍ ପ୍ରତିଯୋଗିତା ଜିଲା ଶିକ୍ଷା ଅଧିକାରୀଙ୍କ ଆନୁକୂଲ୍ୟରେ ଅନୁଷ୍ଠିତ ହେବ ।
ସେହିପରି ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଓ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବ । ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ସ୍ୱାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରିଜର୍ଭ ଇନ୍ସପେକ୍ଟର ଅଫ ପୁଲିସ ଦିନେଶ କୁମାର ସାହୁ, ଏସଡିଓ, ରାସ୍ତା ଓ କୋଠା ବାଡ଼ି ଭଗବାନ ସାହୁ, ଉପ ଆରକ୍ଷୀ ଅଧିକ୍ଷକ ଅନିଲ ପ୍ରଧାନ, ଜିଲା କ୍ରୀଡା ଅଧିକାରୀ ଫକିର ମୋହନ ଟୁଡୁ, ଜିଲା ସଂସ୍କୃତି ଅଧିକାରୀ ସୋନାଲି ବେହେରାଙ୍କ ସମେତ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।