ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର:  ବଲାଙ୍ଗୀର ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରୁ ଗୁରୁବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରୀଜଣଙ୍କ ମୁରିବାହାଲ ଅଞ୍ଚଳର ହୋଇଥିବା ସୂଚନା ମିଳିଛି।

ପୋଲିସ ପରିବାର ଲୋକଙ୍କ ଉପସ୍ଥିତିରେ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।