୧୩ ସୁଦ୍ଧା ଲଘୁଚାପ : ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆସନ୍ତା ୧୩ରେ ଉତ୍ତର-ପଶ୍ଚିମ ଏବଂ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । ସେହିପରି ୧୭ ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲି କୋରାପୁଟ୍ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିମି ରହିବାର ଥିବାବେଳେ ବଜ୍ରପାତ ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ । ଅଗଷ୍ଟ ୧୩ରେ କୋରାପୁଟ ଓ ମାଲକାନାଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ଝଟକାପବନ ୩୦ରୁ ୪୦ କିମି ବେଗରେ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକାପବନର ବେଗ ୩୦-୪୦ କିଲୋମିଟର ବେଗରେ ବହିବା ସହ ବଜ୍ରପାତ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିମି ବେଗରେ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।