୨୧ରେ ଲଘୁଚାପ, ୨୩ରେ ଅବପାତ ୟେଲୋ ୱାର୍ଣ୍ଣିଂ ଜାରି

୨୧ରେ ଲଘୁଚାପ, ୨୩ରେ ଅବପାତ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗର ଓ ତତସଂଲଗ୍ନ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୧ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ  । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ଓ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି  ।ତେବେ ଏହି ଅବପାତର ପ୍ରଭାବ ଓଡ଼ିଶା ଉପରେ ସେତେଟା ପଡ଼ିବ ନାହିଁ ବୋଲି ଅନୁମାନ କରାଯାଉଛି । ଅପରପକ୍ଷରେ ଆସନ୍ତା ୧୯ରୁ ୨୧ ପର୍ଯ୍ୟନ୍ତ ଝଡ଼ବର୍ଷା ନେଇ ଚେତାବନୀ ଦିଆଯାଇଛି । ଆସନ୍ତାକାଲି ମାଲକାନଗିରି, ରାୟଗଡ଼ା, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ଉପକୂଳବର୍ତ୍ତୀ ଦ୍ଭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି ।