୨୩ରେ ଆସିବେ ଉପରାଷ୍ଟ୍ରପତି

୨୩ରେ ଆସିବେ ଉପରାଷ୍ଟ୍ରପତି

କଟକ : ଜାନୁୟାରୀ ୨୩ ତାରିଖରେ କଟକ ଆସିବେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ ସ୍ଥାନୀୟ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମ ସ୍ଥାନ ସଂଗ୍ରହାଳୟ ଆସିବେ । ଆସିବା ନେଇ ସହମତି ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏ ନେଇ ସୂଚନା ଦେବା ସହ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି ସଂସ୍କୃତି ସଚିବ ବିଜୟ କେତନ ଉପାଧ୍ୟାୟ ।