୨ ଯନ୍ତ୍ରୀଙ୍କୁ ଅବସର ସମ୍ବର୍ଦ୍ଧନା
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଜଳସେଚନ ଡିଭିଜନର ଦୁଇ ଜଣ ଯନ୍ତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏ ନେଇ ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଯନ୍ତ୍ରୀ ଶରତ ଚନ୍ଦ୍ର ମଲ୍ଲିକ ଓ ଆକୁଳି ଚରଣ ସାହୁଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ କରି ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ନିର୍ବାହୀଯନ୍ତ୍ରୀ ଆଦର୍ଶ କୁମାର ସ୍ୱାଇଁ, ଧରଣୀଧର ବେହେରା, ପ୍ରାଣନାଥ ମୁଣ୍ଡା, ଦୁଃଶାସନ ବାରିକ, ସଂଜୟ କୁମାର ଶତପଥି ପ୍ରମୁଖ ଉପସ୍ଥିତ ଥିଲେ । ଗିରିଜା ଶଙ୍କର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।