୩ ମାସ ବନ୍ଦ କୁକୁଡ଼ା ଚାଷ

୩ ମାସ  ବନ୍ଦ କୁକୁଡ଼ା ଚାଷ

ପୁରୀ:ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏଥିପାଇଁ  ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ କୁହାଯାଇଛି। 

ଏଥିସହ ସଂକ୍ରମିତ ଅଞ୍ଚଳର ୧ କିମି ଭିତରେ କୁକୁଡ଼ା ଚାଷ ନ କରିବାକୁ କୁହାଯାଇଛି। ଏତ୍‌ବ୍ୟତିତ୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ପଠା ନ ଯିବାକୁ ପ୍ରଶାସନ ପକ୍ଷରୁ  ନିର୍ଦ୍ଦେଶ ଦିଆଯାଇଛି।  କୁକୁଡା ଚାଷୀମାନେ ୧୫ ଦିନରେ ଥରେ କୁକୁଡ଼ା ନମୁନା ପରୀକ୍ଷା କରିବା ପାଇଁ  କୁହାଯାଇଛି। ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଥିବାରୁ ଫାର୍ମ ମାଲିକମାନେ ଚିନ୍ତାରେ ପଡ଼ି ଯାଇଛନ୍ତି।