୫ ଯାଏଁ ଛେଚିବ ଆଜି ସୃଷ୍ଟି ହେବ ଲଘୁଚାପ

 ଭୁବନେଶ୍ୱର  : ଆସନ୍ତାକାଲି ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ଏହାକୁ ଲାଗି ରହିଥିବା ଉପକୂଳ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ  । ପରେ ଏଡା ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଦେଇ ଧିରେଧିରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି  । ସେହିପରି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି  । ଏହାର ପ୍ରଭାବରେ ଆସନ୍ତା ଜୁଲାଇ ୫ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି  ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା କାଲି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି  । ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ  । ସେହିପରି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଅପରପକ୍ଷରେ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବ  ।