ଟାଟାଏସି ଧକ୍କାରେ ବାଇକ୍ ଚାଳକ ଗୁରୁତର
ହିଞ୍ଜିଳିକାଟୁ : ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଖଣ୍ଡରା ଛକ ନିକଟରେ ଟାଟା ଏସିଇ ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମର ସୁରଜ ଗୈାଡ ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିସôା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିସôାଳୟରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିସôା ପରେ ତାଙ୍କୁ ଅଧିକ ଚିକିସôା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୂର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।