ବିଜେପିରେ ମିଶିଲେ ଜୟ ଢୋଲକିଆ
ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ସରଗରମ ରାଜ୍ୟ ରାଜନୀତି । ବିଜେପିରେ ଯୋଗ ଦେଇଛନ୍ତି ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବସନ୍ତ ପଣ୍ଡା, ଜୟନାରାୟଣ ମିଶ୍ର ଏବଂ ଅନ୍ୟ ଦଳୀୟ ନେତାଙ୍କ ଉପସ୍ଥିତିରେ ଜୟ ବିଜେପିରେ ଯୋଗ ଦେଇଛନ୍ତି । ଜୟ ଢୋଲକିଆ ବିଜେପିରେ ମିଶିବା ପରେ ନୂଆପଡ଼ା ଉପନିର୍ବାଚନରେ ଜୟ ବିଜେପି ପ୍ରାର୍ଥୀ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।
ଜୟ ଢୋଲକିଆ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ହେଲେ ଅଚାନକ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଚହଳ ପକାଇଛି । ବିଜେଡିକୁ ଶକ୍ତ ଜୟ ଝଟ୍କା ଲାଗିଛି । ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ପାଇଁ ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି।