ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା
କଟକ : ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲାପାଳ। ବାଲିଯାତ୍ରା ଗ୍ରାଉଣ୍ଡଠାରୁ ୫ କିମି ପରିଧି ପାଇଁ ଏହି କଟକଣା ଜାରି ହୋଇଛି । ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ ଉଡ଼ାଣ ମନା । ମାଇକ୍ରୋ ଲାଇଟ୍ ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ୍, UAV, ଡ୍ରୋନ୍ ମନା। ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଛି । ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଏହି କଟକଣା ରହିବ ।