ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି । ଦେଶର କୃଷକ ଭାଇ ଭଉଣୀଙ୍କ ସାମୂହିକ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିବା ସହ ଧନ୍ୟବାଦ ଦେଇଛନ୍ତି । ଏହାଦ୍ୱାରା ଓଡ଼ିଶାର କୃଷକ ମାନେ ବିଶେଷ ଭାବେ ଉପକୃତ ହେବେ ବୋଲି ସେ କହିଛନ୍ତି ।