ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବନ୍ଦ ଘର ଭିତରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଅଧ୍ୟାପିକା ଜଣଙ୍କ ହେଉଛନ୍ତି ଅନନ୍ୟା ଚକ୍ରବର୍ତ୍ତୀ। ସେ କଟକ ଜାତୀୟ ଆଇନ ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ତାଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି।

ଆଜି ସକାଳେ ଅଧ୍ୟାପିକାଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର କରାଯାଇଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଅଧ୍ୟାପିକାଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ଅଧ୍ୟପିକାଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।