ଆନ୍ଦୋଳନକୁ ଓହ୍ଲାଇଲେ ଏମ୍ସ ଡାକ୍ତର

କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଭୁବନେଶ୍ୱର ଏମ୍ସର ଡାକ୍ତର। ଭୁବନେଶ୍ୱର ଏମ୍ସରେ ସିନିୟର୍ ରେଶିଡେଣ୍ଟ, ଜୁନିୟର ରେସିଡେଣ୍ଟ ଓ ଡାକ୍ତରୀ ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ, ସଠିକ୍ ତଦନ୍ତ ଓ ଡାକ୍ତରଙ୍କୁ ସୁରକ୍ଷା ଦାବି ନେଇ ଏହି ଆନ୍ଦୋଳନ କରାଯାଇଛି।

ମୁଣ୍ଡରେ ଧଳା ପଟି, ହାତରେ କଳା ବ୍ୟାଚ୍ ପିନ୍ଧି ଆନ୍ଦୋଳନ କରୁଛନ୍ତି ଡାକ୍ତର। ଜରୁରୀକାଳୀନ ସେବାକୁ ଛାଡ଼ି ଓପିଡି, ଆଇପିଡି, ଓଟି କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି ଡାକ୍ତର। ଯାହାକୁ ନେଇ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। କେବଳ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ରୋଗୀ ସେବାରେ ନିୟୋଜିତ ଅଛନ୍ତି।

ଭୁବନେଶ୍ୱର ଏମସ୍ ଆଡିସିନାଲ୍ ସୁପରିଟେଣ୍ଡେଣ୍ଟ ଡାକ୍ତର ପ୍ରଭାସ ତ୍ରିପାଠୀ କହିଛନ୍ତି, ସିନିୟର୍ ରେଶିଡେଣ୍ଟ, ଜୁନିୟର ରେସିଡେଣ୍ଟ, ଡାକ୍ତରୀ ଛାତ୍ରଛାତ୍ରୀ ଆନ୍ଦୋଳନ କରୁଛନ୍ତି। ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ମାନେ ରୋଗୀ ଦେଖୁଛନ୍ତି। ଯେପରି ରୋଗୀ ସେବା ବ୍ୟାହତ ନ ହେବ ସେନେଇ ଚେଷ୍ଟା କରାଯାଉଛି।