ସଂଧ୍ୟା ୭ରୁ ୯ଟା ବାଣଫୁଟା

Diwali

ସଂଧ୍ୟା ୭ରୁ ୯ଟା ବାଣଫୁଟା

୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା

ଭୁବନେଶ୍ୱର : ସୁରକ୍ଷିତ ଦୀପାବଳି ପାଳନ ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍‌ ଜାରି କରାଯାଇଛି  । ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି  । ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବା ଉପରେ ରୋକ୍‌ ଲାଗିଛି  । ସେହିପରି ହସ୍ପିଟାଲ୍‌, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି  । ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି  । ବସ୍ତି ସହ ରାସ୍ତା ଓ ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି  । ସେହିପରି ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମନା କରାଯାଇଛି  । ଏହାଛଡ଼ା ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି ଓ ବ୍ୟବହାର ଉପରେ କଟକଣା ଲଗାଯାଇଛି  ।