ଲଗାତର କୁହୁଡ଼ି ୧୬ଦିନ
ଭୁବନେଶ୍ୱର : ଲଗାତର ୧୬ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, କେନ୍ଦୁଝରଗଡ଼, ନୟାଗଡ଼ ଓ ଅନୁଗୋଳ ଆଦି ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନୟାଗଡ଼ ଆଦି ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପ୍ରଭାବ ରହିବ। ଅନ୍ୟପଟେ ଦିନରେ ଖରା ଓ ଗୁଳୁଗୁଳି ସାଧାରଣ ଜନଜୀବନକୁ ପ୍ରଭାବିତ କରୁଛି। ଗତ କିଛିଦିନ ଧରି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ଉପରେ ରହୁଛି। ବୁଧବାର ମାଲକାନଗିରି ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।