ପ୍ରବାସୀ ଭାରତୀୟ ସମ୍ମିଳନୀକୁ ନେଇ ଚିନ୍ତା: HMPV ସଂକ୍ରମଣ ସଂଖ୍ୟା ବଢ଼ୁଛି
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୭ ଜଣ ଏହି ଭୂତାଣୁର ଶିକାର ହୋଇଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାର କହିଛନ୍ତି ଯେ ମାମଲା ବୃଦ୍ଧି କୋଭିଡ ପରି ପରିସ୍ଥିତି ସୃଷ୍ଟି କରିବ ନାହିଁ।ବେଙ୍ଗାଲୁରୁ, ନାଗପୁର ଏବଂ ତାମିଲନାଡୁରେ ଦୁଇଟି ଲେଖାଏଁ ଏବଂ ଅହମ୍ମଦାବାଦରେ ଏକ ମାମଲା ସାମ୍ନାକୁ ଆସିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ସୋମବାର ଏକ ଭିଡିଓ ଜାରି କରି କହିଛନ୍ତି ଯେ, HMPV ଜୀବାଣୁ ନୂଆ ନୁହେଁ ଏବଂ ଅନେକ ସ୍ବାସ୍ଥ୍ୟ ବିଶେଷଜ୍ଞ ସ୍ପଷ୍ଟ କରିଛନ୍ତି ଯେ ଏହି ଜୀବାଣୁ ପ୍ରଥମେ ୨୦୦୧ରେ ଚିହ୍ନଟ ହୋଇଥିଲା ଏବଂ ଏହା ପରଠାରୁ ଏହା ସମଗ୍ର ବିଶ୍ୱରେ ବ୍ୟାପିଛି। ସେ କହିଛନ୍ତି ଯେ HMPV ଜୀବାଣୁ ଶ୍ୱାସକ୍ରିୟା ମାଧ୍ୟମରେ ବ୍ୟାପିଥାଏ ଏବଂ ଏହା ସମସ୍ତ ବୟସ ବର୍ଗର ଲୋକଙ୍କୁ ପ୍ରଭାବିତ କରିଥାଏ। ଏହାର ପ୍ରାଦୁର୍ଭାବ ବିଶେଷତଃ ଶୀତ ଏବଂ ବସନ୍ତରେ ଦେଖାଯାଏ।