୪ ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ଅରେଞ୍ଜ
Heavy Rain Odisha

ଭୁବନେଶ୍ୱର : ଏପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ସେପଟେ ଲଘୁଚାପ । ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେଉଛି । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁରକୁ ରେଡ଼୍ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନାଗିରିକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି ।