୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ : ଆସନ୍ତା ୪ ଦିନ ପ୍ରବଳ ବର୍ଷା

୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ :  ଆସନ୍ତା ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର :  ଦକ୍ଷିଣ-ପଶ୍ଚିମ ମୌସୁମୀ ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବ। IMD ଅନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ, ଯାହା ୨୬ ସୁଦ୍ଧା ଅବପାତରେ ଘନୀଭୂତ ହୋଇ ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ୨୪ ସେପ୍ଟେମ୍ବର ପାଇଁ କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଯେଉଁଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ  ପବନ ହେବ। ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୫ରୁ ୨୭ ସେପ୍ଟେମ୍ବର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ପବନ ହେବ। ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ୨୪ରୁ ୨୮ ସେପ୍ଟେମ୍ବର ମଧ୍ୟରେ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ  ପବନ ହେବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ବାରଣ କରାଯାଇଛି।