ଆଇଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାର ଗୁରୁବାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ତଦନୁସାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ପୌର ପ୍ରଶାସକଭାବେ ବଦଳି କରାଯାଇଛି ।ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବଭାବେ ତାଙ୍କୁ ଦାୟିତ୍ୱ ଦିଆଯାଇଛି ।  

ସେହିପରି ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ହେଲେ  ଏନବିଏସ ରାଜପୁତ  ।

 ଟି.ଆଓ ହେଲେ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ । 

ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । 

ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିଦେ୍ର୍ଧଶକ ।