ରାଜଧାନୀରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

INDEPENDENCE DAY

ରାଜଧାନୀରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

ନୂଆପଡ଼ାରେ କେଭି, କଟକରେ ପ୍ରଭାତୀ
୧୭ ସ୍ଥାନରେ ଜିଲ୍ଲାପାଳ

ଭୁବନେଶ୍ୱର : ରାଜଧାନୀରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିବେ  । ସେହିପରି ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଟକରେ ପତକା ଉତ୍ତୋଳନ କରି ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ ବୋଲି ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  । ଅପରପକ୍ଷରେ ଅନ୍ୟ ମନ୍ତ୍ରୀମାନେ ବିଭିନ୍ନ ଜିଲ୍ଲାସ୍ତରୀୟ ପରେଡ଼ରେ ଅଂଶଗ୍ରହଣ କରିବା ସହ ୧୭ ଜିଲ୍ଲାରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ  । 


ଗୃହ ବିଭାଗ ପକ୍ଷରୁ ଏନେଇ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ କଳାହାଣ୍ଡିରେ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସୁନ୍ଦରଗଡ଼ରେ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କୋରାପୁଟରେ ଓ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନବରଙ୍ଗପୁରରେ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ  । ଏତଦବ୍ୟତୀତ ଗଞ୍ଜାମରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବରଗଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ୱରରେ ଗୃହ ଓ ନିଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମାଲକାନାଗିରିରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଅଭିବାଦନ ଗ୍ରହଣ କରିବେ  ।
ସେହିପରି ଖୋର୍ଦ୍ଧାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, କନ୍ଧମାଳରେ ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରାୟଗଡ଼ାରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ  । ଏହାଛଡ଼ା ପୁରୀ, ସମ୍ବଲପୁର, କେନ୍ଦୁଝର, ଅନଗୁଳ, ଜଗତସିଂହପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସୋନପୁର, ଢେଙ୍କାନାଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ସେହି  ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରିବେ  । ବ୍ରହ୍ମପୁରରେ ଗଞ୍ଜାମ ଜିଲ୍ଲାପାଳ ଓ ରାଉରକେଲାରେ ସୁନ୍ଦରଗଡ଼ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି  ।