କାଲି ଓଡ଼ିଶା ଆସିବେ ହକି ଟିମ୍
Indian Hockey Team
ଭୁବନେଶ୍ୱର : ଆସନ୍ତାକାଲି ଭାରତୀୟ ହକି ଟିମ୍ ଓଡ଼ିଶା ଆସିବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଟିମ୍କୁ ସମ୍ବଦ୍ଧ୍ୱିର୍ତ କରାଯିବ ଅର୍ଥରାଶି ପୁରସ୍କାର ବି ଦିଆଯିବ । ପୂର୍ବରୁ ଅମିତ ରୋହିଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବଦ୍ଧ୍ୱିର୍ତ କରିଥିଲେ ।
ହକି ଟିମ୍ ବ୍ରୋଞ୍ଜ ପଦକ ଆଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେଯେ, ପ୍ୟାରିସ ଅଲିମ୍ପିକସ୍ରେ ସ୍ପେନ ବିରୁଦ୍ଧରେ ଚମକପ୍ରଦ ବିଜୟ ହାସଲ କରି ବ୍ରୋଞ୍ଜ ପଦକ ପାଇଥିବାରୁ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଁ ଅଭିନନ୍ଦନ ଜଣାଇଛି । ମୁଁ ସେମାନଙ୍କ ସହ କଥା ମଧ୍ୟ ହେଲି ।
ଏହି ବ୍ରୋଞ୍ଜ ପଦକ ବର୍ଷବର୍ଷ ଧରି ହକି ପ୍ରତି ଆମର ଉତ୍ସର୍ଗୀକୃତ ମନୋଭାବର ପ୍ରତିଫଳନ ଅଟେ । ପ୍ରତ୍ୟେକ ଓଡ଼ିଶାବାସୀ ଏହି ସଫଳତାରେ ଗର୍ବିତ । ହକି ଖେଳାଳିମାନେ ଆମ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି । ସେମାନଙ୍କୁ ଶୀଘ୍ର ଓଡିଶା ଆସିବାକୁ ମୁଁ ନିମନ୍ତ୍ରଣ କରିଛି । ଓଡିଆ ପୁଅ ଅମିତ ରୋହିଦାସଙ୍କୁ ଅନେକ ଅନେକ ଶୁଭେଚ୍ଛା ।
ଭାରତୀୟ ହକି ଦଳ ନିଜର କ୍ରୀଡା ନୈପୁଣ୍ୟ ଦ୍ୱାରା ଦେଶର ସମଗ୍ର ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିଛନ୍ତି । ମୁଁ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରୁଅଛି । ଓଡିଆ ଖେଳାଳି ଅମିତ୍ ରୋହିଦାସଙ୍କୁ ଚାରି କୋଟି ଟଙ୍କାର ସ୍ୱତନ୍ତ୍ର ପୁରସ୍କାର ମଧ୍ୟ ଘୋଷଣା କରୁଅଛି ।