ଓଡ଼ିଶାରେ ପହଞ୍ଚିଲେ ମନୋଜ ଆହୁଜା
ଭୁବନେଶ଼୍ବର: ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ତଥା ଭାରତୀୟ ପ୍ରଶାସନିକ ସେବା ଓଡ଼ିଶା କ୍ୟାଡରର ବରିଷ୍ଠ ଅଧିକାରୀ ମନୋଜ ଆହୁଜା ଆଜି ଓଡ଼ିଶାରେ ପହଞ୍ଚିଛନ୍ତି । ସକାଳ ସମୟରେ ସେ ଭୁବନେଶ଼୍ବର ବିମାନ ବନ୍ଦରରେ ଦିଲ୍ଲୀରୁ ଆସି ପହଞ୍ଚିଛନ୍ତି । ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କର ଆଜି କାର୍ୟ୍ୟକାଳ ସରୁଛି ।
ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ୟ୍ୟକାଳର ଆଜି ଶେଷଦିନ । ପୂର୍ବରୁ ଆଗକୁ ତାଙ୍କ କାର୍ୟ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରି ଥିଲା। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଥିଲା। ମନୋଜ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଥିଲା। ୨୮ ଜୁନ୍ରେ ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।