୨୧ ଓ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ
Mohan Charan Majhi

୧୮ରୁ ଆଗୁଆ ପଞ୍ଜୀକରଣ
ଭୁବେନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ଅକ୍ଟୋବର ୨୧ ତାରିଖ (ସୋମବାର) ଓ ଅକ୍ଟୋବର ୨୮ ତାରିଖ (ସୋମବାର)ରେ ଦିବା ୧୧ ଘଟିକା ସମୟରୁ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଦୁଇ ଦିନ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅକ୍ଟୋବର ୧୮ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ପ୍ରତ୍ୟେକ ଅଭିଯୋଗ ଶୁଣାଣି ଦିବସ ନିମନ୍ତେ ସର୍ବାଧିକ ୧ ହଜାର ଜଣ ପଞ୍ଜୀକରଣ କରିପାରିବେ । ଯେଉଁମାନେ କି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବେ । ଏସଂପର୍କରେ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।