ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ‘ନିଜ ଅଞ୍ଚଳବାସୀଙ୍କ କଥା ବୁଝନ୍ତୁ’

Mohan Charan Majhi

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ‘ନିଜ ଅଞ୍ଚଳବାସୀଙ୍କ କଥା ବୁଝନ୍ତୁ’

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଆଖିଆଗରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାୟକ ଓ ବିଧାୟିକାମାନଙ୍କୁ ପରାମର୍ଶ ଦେଇଛନ୍ତି  । ନିଜ ନିର୍ବାଚନମଣ୍ଡଳୀରେ ରହି ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଲୋକଙ୍କୁ ସହାୟତା ଦେବାକୁ ସେ ଆହ୍ୱାନ ଦେଇଛନ୍ତି  ।
ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ‘ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ସହିତ ସମନ୍ୱିତ ଭାବେ ବାତ୍ୟା ମୁକାବିଲା କରିବା ସହିତ ରିଲିଫ ଓ ଉଦ୍ଧାରକାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିବା ଆବଶ୍ୟକ । ସମସ୍ତ ବିଧାୟକ/ବିଧାୟିକା ନିଜ ନିଜ ଅଞ୍ଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥା ସମ୍ଭବ ଚେଷ୍ଟିତ ହୁଅନ୍ତୁ  ।’