ମାଣବସାରେ ମାଣ୍ଡିଆ ଭୋଗ ଲାଗି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

Mohan Charan Majhi

ମାଣବସାରେ ମାଣ୍ଡିଆ ଭୋଗ ଲାଗି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର : ଓଡ଼ିଶାକୁ ଦେଶର ମିଲେଟ ହବରେ ପରିଣତ କରାଯିବ  । ମିଲେଟ ଜାତୀୟ ଫସଲର ଉତ୍ପାଦନ ଓ ବ୍ୟବହାରକୁ ବୃଦ୍ଧି କରାଯିବ  । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍‌?ଭେନ୍‌?ସନ ସେଣ୍ଟର ଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍‌?ଘାଟନ କରି ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡିଶାକୁ ଭାରତର ମିଲେଟ ହବ୍‌ ରେ ପରିଣତ କରାଯିବ  । ଏଥିପାଇଁ ଚଳିତ ବର୍ଷ ବଜେଟରେ ୬୪୯ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ ।
ଏହା ସହିତ ମାଣବସା ଗୁରୁବାରରେ ମାଣ୍ଡିଆକୁ ଭୋଗ ଲାଗି କରିବା ପାଇଁ ମୁଖ୍ୟମନ୍ତ୍ରୀ ମା’ମାନଙ୍କୁ ଅନୁରୋଧ କରିଥିଲେ ।
ସୂଚନାଯୋଗ୍ୟ ଯେ, ବିସ୍ମୃତ ଖାଦ୍ୟଶସ୍ୟର ପୁନରୁଦ୍ଧାର ପାଇଁ ଆୟୋଜିତ ଏହି ସମ୍ମିଳନୀରେ ମିଳିତ ଜାତିସଂଘର ପ୍ରତିନିଧି, କୃଷି ବିଜ୍ଞାନୀ, ଗବେଷକ, ବିଶେଷଜ୍ଞ, ବୁଦ୍ଧିଜୀବୀ, ବିଭିନ୍ନ ଜିଲ୍ଲାର କୃଷକ ଓ ଅଗ୍ରଣୀ ମହିଳା ଚାଷୀମାନେ ଯୋଗ ଦେଇଛନ୍ତି । 
ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଉଦ୍‌?ବୋଧନ ଦେଇ କହିଛନ୍ତି ଯେ, ପୁଷ୍ଟିଶସ୍ୟ ଓ ଚାଷ ପ୍ରଣାଳୀ ଆମ ଆଦିବାସୀ ଜନଜାତି ସମ୍ପ୍ରଦାୟଙ୍କ ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଛି । ପୁଷ୍ଟିଶସ୍ୟର ପ୍ରାଚୀନତା ଏବଂ ଆମ ସଂସ୍କୃତି ଓ ଐତିହ୍ୟ ସହିତ ଏହାର ନିବିଡତାକୁ ଦୃଷ୍ଟିରେ ରଖି ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହାକୁ ‘ଶ୍ରୀଅନ୍ନ’ ଭାବେ ନାମିତ କରିଛନ୍ତି । ପୁଷ୍ଟିଶସ୍ୟ ବା ଶ୍ରୀ ଅନ୍ନ ଜାତୀୟ ଫସଲ ଆମ ରାଜ୍ୟ କୃଷିର ଏକ ଅଭିନ୍ନ ଅଂଶବିଶେଷ । ଜଳବାୟୁ ସହିଷ୍ଣୁତା ଗୁଣ ସହ ମାଣ୍ଡିଆ ଏବଂ ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଗୁଡିକ ପୁଷ୍ଟି ଏବଂ ଖାଦ୍ୟ ସୁରକ୍ଷା ଦୃଷ୍ଟିକୋଣରୁ ଗରୁତ୍ୱପୂର୍ଣ୍ଣ ଅଟେ । ଅବିଭକ୍ତ କୋରାପୁଟ ଜିଲ୍ଲାରୁ ଆରମ୍ଭ ହୋଇଥିବା ଏହି ଶ୍ରୀଅନ୍ନ ଚାଷ ଆଜି ସାରା ଦେଶରେ ଏକ ବିପ୍ଳବର ରୂପ ନେଇଛି, ଏବଂ ଆଜି ସାରା ଓଡିଶାରେ ଶ୍ରୀଅନ୍ନ ଚାଷ ହେଉଛି । ପ୍ରାୟ ୧୭୭ ବ୍ଲକରେ ଏହି ଚାଷକୁ ସମ୍ପ୍ରସାରଣ କରାଯାଇଛି ।