ଆନ୍ତଃ ରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ମୋହନ
Mohan Charan Majhi

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କେନ୍ଦ୍ର ସରକାର ଆନ୍ତଃ ରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟି ଗଠନ କରିଛନ୍ତି । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ନିର୍ମଳା ସୀତାରମନ୍, ରାଜୀବ ରଞ୍ଜନ ସିଂହ, ବୀରେନ୍ଦ୍ର କୁମାର, ସିଆର ପାଟିଲ ସଭ୍ୟ ଅଛନ୍ତି । ସେହିପରି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଆନ୍ଧ୍ରପ୍ରଦେଶ, ଆସାମ, ଝାରଖଣ୍ଡ, ମହାରାଷ୍ଟ୍ର, ପଞ୍ଜାବ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଷ୍ଟାଣ୍ଡିଂ କମିଟିରେ ସଭ୍ୟ ରହିଛନ୍ତି । ଅପରପକ୍ଷରେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଦୁଇଦିନିଆ ଦିଲ୍ଲୀଗସ୍ତରେ ଯିବେ । ଉଭୟ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ସେ ଯୋଗଦେବେ ।