୧୮ ଓ ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ବନ୍ଦ

Mohan Charan Majhi

୧୮ ଓ ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ବନ୍ଦ

ଭୁବନେଶ୍ୱର : ଆସନ୍ତା  ନଭେମ୍ବର ୧୮ ତାରିଖ (ସୋମବାର ) ଏବଂ ନଭେମ୍ବର ୨୫ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ  । ଏହି ଦିନମାନଙ୍କରେ ୟୁନିଟ-୫,ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି  । ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧାସଳଖ ଭାବେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରୁଛନ୍ତି  । ସେହିପରି ଜିଲ୍ଲାସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣୀ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି  ।