ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା
Mohan Charan Majhi
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ବଡ଼ ଘୋଷଣା କରିଛନ୍ତି । କ୍ରାନ୍ତି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ସ୍ୱାଧୀନତା ସଂଗ୍ରାମୀ ପରିବାରଙ୍କୁ ରାଜ୍ୟ ସରକାର ଭତ୍ତା ପ୍ରଦାନ କରିବେ । ଏନେଇ ସାରା ରାଜ୍ୟରେ ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରଙ୍କୁ ଚିହ୍ନଟ କରାଯିବ । କୁଟୁମ୍ବ ଯୋଜନାରେ ସେମାନଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।