ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
Mohan Charan Majhi
ସର୍କିଟ ହାଉସ ଓ ମଣ୍ଡୁଆ ଅଭିଯୋଗ ଶୁଣାଣି କ୍ୟାମ୍ପରେ
ଲୋକଙ୍କଠାରୁ ଅଭିଯୋଗ ପତ୍ର ଗ୍ରହଣ କଲେ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି । ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଉଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନି ଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆ ସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।
ଆଜି କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ଜିଲ୍ଲାର ପ୍ରାୟ ୨୫୦ ପାଖାପାଖି ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅଭିଯୋଗ ପତ୍ର ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନିଜେ ପ୍ରତ୍ୟକ୍ଷଭାବେ ସେମାନଙ୍କ ଠାରୁ ଏହା ଗ୍ରହଣ କରି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।