ଆଜି ହରିୟାଣା ଓ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
Mohan Charan Majhi

ଏନଡ଼ିଏ ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଯୋଗଦେବେ
ମୁମ୍ବାଇରେ ହେବ ନିବେଶକ ସମ୍ମିଳନୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆନା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ ।
଼ଚଣ୍ଡୀଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ ଭାରତୀୟ ରସାୟନ ଓ ପେଟ୍ରୋ ରସାୟନ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ । ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ ଓବେରାଇ ଠାରେ ଆଗାମୀ ମେକ ଇନ ଓଡ଼ିଶା ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ।