ବାଚସ୍ପତିଙ୍କୁ ଏମିତି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।
ଆପଣ ଆଜି ଏହି ଦାୟିତ୍ୱ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିପାରିବେ।
ଆମ୍ଭେମାନେ ସମସ୍ତେ ଓଡ଼ଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବାକରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ। ମୋର ଆଶା, ଆମ୍ଭେମାନେ ସମସ୍ତେ ଏ ଗୃହକାର୍ଯ୍ୟରେ ମାନ୍ୟବର ବାଚସ୍ପତି ମହୋଦୟାଙ୍କୁ ସାହାଯ୍ୟ ଓ ସହଯୋଗ କରିବା ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା ।