ଆଜି ରାଜଧାନୀରେ ରୋଡ୍ ଶୋ’ କରିବେ ମୋଦି

ଆଜି ରାଜଧାନୀରେ ରୋଡ୍ ଶୋ’ କରିବେ ମୋଦି

ଭୁବନେଶ୍ୱର:  ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ୟ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ୟ୍ୟକର୍ତ୍ତା।

ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ । ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଅନ୍ୟ ପଟେ ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ପ୍ରଧାନମନ୍ତ୍ରୀଙ୍କ ଏହି ଅଢେଇ କିଲୋମିଟରର ରୋଡ୍ ଶୋ ଭିତରେ ଝଲସିବ ଓଡିଶା କଳା ଓ ସଂସ୍କୃତି। କୋଣାର୍କ ଚକ୍ର ଓ ଖଣ୍ଡିଗିରି ଐତିହ୍ୟ ପରି ଓଡିଶା କଳା ପରମ୍ପରାରେ ୧୦ ଆଇକନ ୧୦ଟି ସ୍ଥାନରେ ସ୍ଥାନିତ ହେବ। ସ୍ଥାନେ ସ୍ଥାନେ ଓଡ଼ିଶାର ବିଭିନ୍ନ ଲୋକକଳା ମାଧ୍ୟମରେ ମୋଦିଙ୍କୁ ସ୍ୱାଗତ କରାଯିବ। ରୋଡ ଶୋ’ ପରେ ରାଜଭବନରେ ରାତ୍ରୀ ରହଣି କରି ଆସନ୍ତାକାଲି ୩ଟି ସ୍ଥାନରେ ସମାବେଶ କରିବେ  ମୋଦି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ଶୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏଁ ଜନପଥରେ ଟ୍ରାଫିକ କଟକଣା ରହିବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯିବ। ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡ଼ି ରାସ୍ତାକୁ ଛଡ଼ାଯିବ ନାହିଁ। ରୋଡ୍ ଶୋ’ ବେଳେ ରାମ ମନ୍ଦିରରୁ ବାଣୀ ବିହାରକୁ ନୋ ଫ୍ଲାଏ ଜୋନ୍ କରାଯିବ।