ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା :ମୋଦି

ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା :ମୋଦି

ଭୁବନେଶ୍ୱର: ପୁରୀରେ ରୋଡ ଶୋ’ ପରେ ଅନୁଗୋଳରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନୁଗୋଳରେ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ କରି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏପରିକି ଏଥର ବିଜେଡି ସରକାର ଯିବା ଥୟ ବୋଲି କହିବା ସହ ଅନୁଗୋଳ ବାସିନ୍ଦାଙ୍କୁ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପାଖରୁ ଦେଖିବାକୁ ଅସହ୍ୟ ଖରାରେ ବି ପ୍ରବଳ ଲୋକ ଗହଳି ଦେଖିବାକୁ ମିଳିଛି। ​ ସେ କହିଥିଲେ, ” ସକାଳ ୭ଟାରେ ପୁରୀରେ ଆଶ୍ଚର୍ୟ୍ୟଜନକ ଭିଡ଼ ଦେଖିଲି, ପ୍ରଭୁ ଜଗନ୍ନାଥ ଯେକୌଣସି ଲୋକର ଆଶା ପୂରଣ କରନ୍ତି ଓଡ଼ିଶାର ସୁଖ ସମୃଦ୍ଧି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶିଷ ମାଗିଲି।

ଏହାପରେ ସେ ରାଜ୍ୟ ସରକାରଙ୍କ ଉପରେ ଖୁବ ବର୍ଷିଥିଲେ। କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସକୁ ପୂରା ଘେରି ରହିଛନ୍ତି, ଓଡ଼ିଶାକୁ ଡିଏମ୍‌ଏଫ୍ ଭାବେ ୨୬ ହଜାର କୋଟି ଟଙ୍କା ଦେଇଛୁ। କିନ୍ତୁ ବିଜେଡି ଶାସନରେ ଓଡ଼ିଶା ସଂପଦ, ସଂସ୍କୃତି ସବୁ ଅସୁରକ୍ଷିତ ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି। ଏହି ସମୟରେ ମୋଦି ନରମ କଣ୍ଠରେ କହିଥିଲେ ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା। 

ଏହାପରେ ସେ ଓଡ଼ିଶା ବରବାଦୀର କାରଣ ହେଲା ବିଜେଡି ସରକାର ବୋଲି କହିଥିଲେ। ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ବାରା ଘେରି ରହିଛି। ସେପଟେ ସାରା ଦେଶବାସୀ ମୋଦି ସରକାରଙ୍କୁ ୩ୟ ଥର ଆଣିବାକୁ ଚାହୁଁଛନ୍ତି, ନିର୍ବାଚନୀ ପର୍ବରେ ନବଯୁବକଙ୍କ ଉତ୍ସାହ ସର୍ବତ୍ର ଦେଖିବାକୁ ମିଳୁଛି। ତେଣୁ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଆସିବାକୁ ଯାଉଥିବା ସେ କହିଥିଲେ।