ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ : ମୋଦି

ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ :  ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି । ଏଥର ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାରୀ ତାରିଖ ଜୁନ୍ ୪ । ଓଡ଼ିଶାରେ ଜୁନ୍ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଖବର ସରବରାହ ସଂସ୍ଥା ANIକୁ ଦେଇଥିବା ସ୍ୱତନ୍ତ୍ର ସାକ୍ଷାତକାରରେ ମୋଦି କହିଛନ୍ତି । 

ରାଜ୍ୟରେ ଚାଲିଥିବା ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, "୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ରାଜ୍ୟର ପୂରା ବ୍ୟବସ୍ଥାକୁ ଏକ ଗୋଷ୍ଠୀ ନିଜ ଅଧୀନକୁ ନେଇ ଯାଇଛନ୍ତି। ସବୁଠୁ ଚିନ୍ତାର ବିଷୟ ଯେ, ପୂରା ବ୍ୟବସ୍ଥାକୁ ବନ୍ଧକ କରି ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ ବାହାରିଲେ ସମୃଦ୍ଧ ହେବ, ଏହା ଓଡ଼ିଶା ଅସ୍ମିତାର ପ୍ରଶ୍ନ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।"
 
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାରେ ପ୍ରାକୃତିକ ସମ୍ପଦ ଭରପୂର ରହିଛି, କିନ୍ତୁ ରାଜ୍ୟର ଲୋକେ ଗରିବ। ଏଥିପାଇଁ ରାଜ୍ୟ ସରକାର ଦାୟୀ। ରାଜ୍ୟବାସୀ ସେମାନଙ୍କ ଅଧିକାର ପାଇବା ଉଚିତ୍। ଏଥର ଓଡ଼ିଶାର ଭାଗ୍ୟ ବଦଳିବାକୁ ଯାଉଛି, ସେଠାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ମୁଁ କହି ରଖୁଛି, ଜୁନ୍ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାରୀ ଡେଟ୍।