ଆଜି ଓଡ଼ିଶା ଆସୁଛନ୍ତି ନରେନ୍ଦ୍ର ମୋଦି

ଆଜି ଓଡ଼ିଶା ଆସୁଛନ୍ତି  ନରେନ୍ଦ୍ର ମୋଦି

ଭୁବନେଶ୍ୱର: ଆଜି ନୂଆ ସରକାରର ଶପଥ ଗ୍ରହଣ ସମାରୋହ। ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଦିନ ୨ଟା ୧୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ।ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ଟା ୩୦ରେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ ପୋଲିସ । ମୋଟ ୫୯ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ଜଣେ ଆଇଜି, ୩ ଜଣ ଡିଆଇଜି, ୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର, ୧୮ ଜଣ ଅତିରିକ୍ତ ଏସପି, ୫୮ ଜଣ ଡିଏସପି, ୯୪ ଜଣ ଇନ୍ସିପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡଡେଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ।  ସଭାସ୍ଥଳକୁ ଆସିବା ପୂର୍ବରୁ କେଉଁ ଗେଟରେ କାହାର ଏଣ୍ଟ୍ରି ହେବ ସେ ନେଇ ସୂଚନା ଦିଆଯାଇଛି ।
ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ୟ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ। ଟ୍ରାଫିକ୍ରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ୩୫ ହଜାର ଲୋକ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଏତେ ବଡ଼ ଆୟୋଜନ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯାଇଛି।