ଡମ୍ବରୁଧରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଡମ୍ବରୁଧରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ। ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ ଯୋଗେ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।