ରାଜ୍ୟରେ ଜାତୀୟ ଶିକ୍ଷା ନୀତି ଲାଗୁ ହେବ

ରାଜ୍ୟରେ ଜାତୀୟ ଶିକ୍ଷା ନୀତି ଲାଗୁ ହେବ

ଭୁବନେଶ୍ବର: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ୟ୍ୟକାରୀ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି। ଏହି ଟାସ୍କଫୋର୍ସରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ,ଅର୍ଥ ବିଭାଗର ପ୍ରମୁଖ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ୍ ଅଫ ଏଜୁକେସନର ପ୍ରନ୍ସିପାଲଙ୍କୁ ଏକ୍ସଅଫିସୋ ସଦସ୍ୟ ଭାବେ ସାମିଲ କରାଯାଇଛି ।ସେହିପରି ଜାତୀୟ ଶିକ୍ଷାନୀତି-୨୦୨୦ର ବିଭିନ୍ନ ଉପାଦାନକୁ ଅନୁଧ୍ୟାନ ପାଇଁ ୬ଟି ଥିମେଟିକ୍ ସବକମିଟି ମଧ୍ୟ ଗଠନ କରାଯାଇଛି । ଏହି ସବକମିଟିରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ ସମେତ ଶିକ୍ଷା କ୍ଷେତ୍ରର ବିଶେଷଜ୍ଞ ଓ ଶିକ୍ଷାବିତମାନଙ୍କୁ ସାମିଲ କରାଯାଇଛି ।ସୂଚନାଯୋଗ୍ୟ, ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଜାତୀୟ ଶିକ୍ଷା ନୀତି-୨୦୨୦କୁ ଖୁବଶୀଘ୍ର ଲାଗୁ କରାଯିବାକୁ ନେଇ ସରକାର ସ୍ପଷ୍ଟ କରିଥିଲେ ।