୨୮ ରେ ଆସିବେ ପ୍ରଧାନମନ୍ତ୍ରୀ

Narendra Modi

୨୮ ରେ ଆସିବେ ପ୍ରଧାନମନ୍ତ୍ରୀ
ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ
ଜାନୁଆରୀ ୨୮-୨୯ ଦୁଇ ଦିନ ଧରି ୪ଟି ପ୍ଲେନାରୀ ସେସନ, ୧୬ଟି ସେକ୍ଟରାଲ୍ ସେସନ୍ ଓ ୪ଟି ରାଉଣ୍ଡ ଟେବୁଲ୍ କନଫରେନସ୍   ହେବ, ୨୮ ରୁ ୩୦ ହେବ ଇଣ୍ଡଷ୍ଟ୍ରିଆଲ୍ ଏକଜିବିସନ୍
କାର୍ୟ୍ୟକ୍ରମର ସୁପରିଚାଳନା କରି ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକ ମାନଙ୍କ ନିକଟରେ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର : ଉତ୍କର୍ଷ ଓଡିଶା କାର୍ୟ୍ୟକ୍ରମ ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ଆଜି ଏ ସମ୍ପର୍କରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି । 
ସମସ୍ତ କାର୍ୟ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ ଭାବରେ ପରିଚାଳନା କରି ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକ ମାନଙ୍କ ପାଖରେ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି । ଏହା ଦ୍ୱାରା ଦୀର୍ଘ ସମୟ ପାଇଁ ଓଡିଶା ପୁଞ୍ଜିନିବେଶକ ମାନଙ୍କ ପାଇଁ ପସନ୍ଦର ସ୍ଥାନ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ  କହିଥିଲେ ।
ଉପସ୍ଥାପନାରୁ ଜଣାଯାଇଛି ଯେ, ଜାନୁଆରୀ ୨୭ ତାରିଖରେ ଉକ୍ଟଦ୍ଭଲରୟରକ୍ସବଗ୍ଧସକ୍ଟଦ୍ଭ କ୍ଟଲ ଓଦ୍ଭୟସବଦ୍ଭ ଓଦ୍ଭୟଙ୍କଗ୍ଦଗ୍ଧକ୍ସସରଗ୍ଦ ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍ ର ବୈଠକ ଅନୁଷ୍ଠିତ ହେବ ।    ଜାନୁଆରୀ ୨୮-୨୯ ଦୁଇ ଦିନ ଧରି ୪ଟି ପ୍ଲେନାରୀ ସେସନ (ଚକ୍ଷରଦ୍ଭବକ୍ସଚ୍ଚ ଝରଗ୍ଦଗ୍ଦସକ୍ଟଦ୍ଭ), ୧୬ଟି ସେକ୍ଟରାଲ୍ ସେସନ୍ ଓ ୪ଟି ରାଉଣ୍ଡ ଟେବୁଲ୍ କନଫରେନସ୍  ଅନୁଷ୍ଠିତ ହେବ । ଏହି ଦୁଇ ଦିନରେ ପ୍ରାୟ ୩୦୦୦ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପପତି, ପୁଞ୍ଜିନିବେଶକାରୀ, ଷ୍ଟାର୍ଟଅପ ଉଦ୍ୟୋଗୀ ଓ ଶିଳ୍ପସଂସ୍ଥା ସହିତ ଜଡିତ ବ୍ୟକ୍ତିମାନେ ଯୋଗଦେବେ ।  
୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀ ମାନଙ୍କୁ ଉଦବୋଧନ ଦେବେ । ଏହି ଦୁଇ ଦିନ ମଧ୍ୟରେ ଶିଳ୍ପର ବିଭିନ୍ନ କ୍ଷେତ୍ର ସମ୍ବନ୍ଧିତ ସ୍ୱତନ୍ତ୍ର ସେସନ୍ ଅନୁଷ୍ଠିତ ହେବା ସହିତ ବିଶିଷ୍ଟ ଶିଳ୍ପପତି ମାନଙ୍କ ଅଭିଭାଷଣ, ମୁଖ୍ୟମନ୍ତ୍ରୀଙ୍କ ସହିତ ବଡ ବଡ ଶିଳ୍ପସଂସ୍ଥାର ସି.ଇ.ଓ ମାନଙ୍କ ରାଉଣ୍ଡ ଟେବୁଲ, ଓଡିଆ ଉଦ୍ୟୋଗୀ ମାନଙ୍କ ସ୍ୱତନ୍ତ୍ର ସେସନ୍ ଏବଂ ମହିଳା ବିଜନେସ୍ ଲିଡର୍ସ ମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ ।  ଏହା ସହିତ ‘ସୁଭଦ୍ରାରୁ ମୁଦ୍ରା’ ନାମରେ ଓଡିଆ ମହିଳା ଉଦ୍ୟୋଗୀ ମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ସେସନ ଅନୁଷ୍ଠିତ ହେବ ।  ଜାନୁଆରୀ ୨୮ ରୁ ୩୦ ତାରିଖ ପର୍ୟ୍ୟନ୍ତ ଇଣ୍ଡଷ୍ଟ୍ରିଆଲ୍ ଏକଜିବିସନ୍ ଅନୁଷ୍ଠିତ ହେବ । 
ଏହି ବୈଠକରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।