ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା

naveen patnaik, Biju Janata Dal

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା

ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ନୌକାରେ ଥିଲେ ଛତିଶଗଡ଼ର ୫୦ ଯାତ୍ରୀ
ଉଦ୍ଧାର ପାଇଁ ବିମାନରେ ଗଲେ ୫ ସ୍କୁବା ଡାଇଭର ଓ ୨ କ୍ୟାମେରା

ଭୁବନେଶ୍ୱର : ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି  । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି  ।

ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି  । ଘଟଣା ସ୍ଥଳରେ ଆରଡ଼ିସି, ଝାରସୁଗୁଡା ଜିଲ୍ଲାପାଳ ଓ ଗ୍ଦକ୍ଟ୍ର ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି.

ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ ଜଣ ସ୍କୁବା ଡାଇଭର ଓ ୨ଟି କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଇଛି  । ସୂଚନାଯୋଗ୍ୟଯେ ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଆମ୍ବଭୋନା ବ୍ଳକର ପଥରସେନିକୁ ଯାଉଥିଲେ  ।