ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବର : ଆଜି ହେଉଛି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ‘ଏକ୍ସ’ରେ ସମସ୍ତଙ୍କୁ ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର କୃତଜ୍ଞତାର ସ୍ମରଣ କରାଏ, ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ। ପ୍ରତିଟି ଘରେ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ । ନୂଆଁଖାଇ ଜୁହାର୍। ବୋଲି ଲେଖିଛନ୍ତି ।