ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ  ବହନ କରିବେ ଓଡିଶା ସରକାର : ସଂଗ୍ରାମୀଙ୍କୁ ମିଳିବ ପେନସନ

ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ  ବହନ କରିବେ ଓଡିଶା ସରକାର : ସଂଗ୍ରାମୀଙ୍କୁ ମିଳିବ ପେନସନ
ଭୁବନେଶ୍ୱର : ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ  ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ  ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ  ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।  ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।  ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ। ସୂଚନା ଯୋଗ୍ୟ ଯେ ୨୫ ଜୁନ୍ ୧୯୭୫ ମସିହାରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ ।