ରାଜନୀତି ପାଇଁ କିରାଣି ନିଲମ୍ବିତ

ରାଜନୀତି ପାଇଁ କିରାଣି ନିଲମ୍ବିତ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ଗାଁର ରାଧାମାଧବ ହାଇସ୍କୁଲ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ ହୋଇଛନ୍ତି।

ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସେ ସାମିଲ ହୋଇଥିବା ଅଭିଯୋଗ ହେବାପରେ ଏହାର ତଦନ୍ତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ତଦନ୍ତ ପରେ ସଂପୃକ୍ତ କିରାଣିଙ୍କୁ ନିଲମ୍ବନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଜେ. ସୋନାଲ।