୩୦ ଟଙ୍କାରେ ମିଳିବ ଆଳୁ, ୟୁପିରୁ ଆଳୁ ଆଣିବ ନାଫେଡ଼

potato odisha

୩୦ ଟଙ୍କାରେ ମିଳିବ ଆଳୁ, ୟୁପିରୁ ଆଳୁ ଆଣିବ ନାଫେଡ଼

ଭୁବନେଶ୍ୱର : ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି  । ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟିମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ  । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି  । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି  । ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ  । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି  । ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  ।