ମୌସୁମୀ ସକ୍ରିୟ : ୬ ତାରିଖରୁ ବଢିବ ବର୍ଷାର ପରିମାଣ
ସକ୍ରିୟ ମୌସୁମୀ ପ୍ରଭାବରେ ଆଗାମୀ ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତା ୬ ତାରିଖରେ ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୭ ରୁ ୧୧ ସେମି ବର୍ଷା ହେବା ସମ୍ଭାବନା ରହିଛି ।୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ୭ ତାରିଖରେ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ୧୨ ରୁ ୨୦ ସେମି ବର୍ଷା ନେଇ ସତର୍କ କରାଯାଇଛି । ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।