ବଙ୍ଗୋପସାଗରରେ ଅବପାତର ରୂପ ନେଇଛି ସୁଦୃଶ୍ୟ ଲଘୁଚାପ

ବଙ୍ଗୋପସାଗରରେ ଅବପାତର ରୂପ ନେଇଛି ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର:ବଙ୍ଗୋପସାଗରରେ ଅବପାତର ରୂପ ନେଇଛି ସୁଦୃଶ୍ୟ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉପକୂଳ ଅତିକ୍ରମ କରିବ । ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବ । ଅବପାତଟି କଳିଙ୍ଗପଟ୍ଟନମ ଠାରୁ ୮୦ କିମି ଓ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି । 

ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।